![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/5/52/Bangalore_Shiva.jpg/640px-Bangalore_Shiva.jpg&w=640&q=50)
ମହା ଶିବରାତ୍ରି
ଭଗବାନ ଶିବଙ୍କ ପୁଣ୍ୟ ବ୍ରତ ଦିନ । / From Wikipedia, the free encyclopedia
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।[1]
Quick Facts ମହା ଶିବରାତ୍ରି, ଅନ୍ୟ ନାମ ...
ମହା ଶିବରାତ୍ରି | |
---|---|
![]() ଶିବ | |
ଅନ୍ୟ ନାମ | ଶିବରାତ୍ରି |
ପାଳନକାରୀ | ଶିବ ମନ୍ଦିର ଓ ଶିବ ଭକ୍ତ |
ପର୍ବ ପାଳନ | ଉପବାସ, ଉଜାଗର, ପୂଜା |
ତାରିଖ | ଫାଲ୍ଗୁନ କୃଷ୍ଣ ଚତୁର୍ଦ୍ଦଶୀ |
୨୦୨୩ ତାରିଖ | ୧୮ ଫେବୃଆରୀ (ଶନିବାର) |
୨୦୨୪ ତାରିଖ | ୮ ମାର୍ଚ୍ଚ (ଶୁକ୍ରବାର) |
Close
ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।[2] ଭାରତର ବିଭିନ୍ନ ସ୍ଥାନରେ ଥିବା ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ କ୍ଷେତ୍ରରେ ଏହି ପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ ।