ରଘୁନାଥପାଲୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ରଘୁନାଥପାଲୀ (କ୍ରମିକ ସଂଖ୍ୟା: ୧୧) ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ରାଉରକେଲା ଟାଉନସିପ ଓ ଲାଠିକଟା ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ରଘୁନାଥପାଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ରଘୁନାଥପାଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୬୪,୧୪୬ |
ଜିଲ୍ଲା: | ସୁନ୍ଦରଗଡ଼ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ସୁନ୍ଦରଗଡ଼ |
ପଞ୍ଚାୟତ ସମିତି: | ୧ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁବ୍ରତ ତରାଇ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଜଗବନ୍ଧୁ ବେହେରାଙ୍କଠାରୁ ୧୬୦୪୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁବ୍ରତ ତରାଇ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ସୁନ୍ୟାନିଙ୍କଠାରୁ ୧୮,୧୭୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]