ରଥ
ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହ / From Wikipedia, the free encyclopedia
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।