Thumb ଶନି ସୌରଜଗତର ଏକ ଅଂଶବିଶେଷ । ସୂର୍ଯ୍ୟଠାରୁ ଏହା ଷଷ୍ଠ ଗ୍ରହ ।[1] ବୃହସ୍ପତି ପରେ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ । ଏହାର ବ୍ୟାସାର୍ଦ୍ଧ ପୃଥିବୀର ୯ ଗୁଣ ଓ ଏହାର ଘନତ୍ୱ ପୃଥିବୀ ଘନତ୍ୱର ଆଠ ଭାଗରୁ ଭାଗେ , ତେଣୁ ଶନି ପୃଥିବୀଠାରୁ ପଞ୍ଚାନବେ ଗୁଣ ବଡ଼ ।ଶନିର ଅଭ୍ୟନ୍ତର ଲୁହା-ନିକେଲ ଓ ସିଲିକନ ଅମ୍ଳଜାନର ପଥରରେ ଗଠିତ ହେବାର ସମ୍ଭାବନା ଅଧିକ । ସେହିପରି ଆନ୍ତରିକଭାଗ ଧାତବ ଉଦଜାନରେ ଗଠିତ । ଏହି  ଧାତବ ଉଦଜାନରେ ଗଠିତ ଆନ୍ତରିକ ଭାଗରେ ବହୁଥିବା ବିଦ୍ୟୁତ  ଏକ ଦୁର୍ବଳ ଚୁମ୍ବକୀୟ କ୍ଷେତ୍ର ରଚନା କରିଥାଏ। ଆନ୍ତରିକ ଓ ବାହ୍ୟ ଭାଗର ମଧ୍ୟବର୍ତ୍ତୀ ଭାଗ ତରଳ ଉଦ୍ଜାନ ଓ ତରଳ ହିଲିଅମରେ ଗଠିତ । ଶନିର ବାୟୁମଣ୍ଡଳ ସାମାନ୍ୟ ହଳଦିଆ ରଙ୍ଗ ଭଳି ପ୍ରତୀତ ହୁଏ ।ଏହି ହଳଦିଆ ରଙ୍ଗର କାରଣ ବାୟୁମଣ୍ଡଳରେ ଏମୋନିଆ ସ୍ଫଟିକ ହୋଇପାରେ।

Thumb
ଅତି ବାଇଗଣି ଆଲୋକରେ ଶନିଗ୍ରହର ବଳୟ

ବିଶେଷତା

ଏହି ଗ୍ରହର ଚାରିପଟେ ଏକ ବଳୟ ଦେଖିବାକୁ ମିଳିଥାଏ ।[2] ୧୦୦ ନିୟୁତ ବର୍ଷ ମଧ୍ୟରେ ଶନି ଗ୍ରହର ବଳୟ ନଷ୍ଟ ହେବାକୁ ଯାଉଛି ବୋଲି ବୈଜ୍ଞାନିକମାନେ ଆକଳନ କରିଛନ୍ତି । ଦୀର୍ଘ ୧୦ବର୍ଷ ହେଲା ବଳୟର ଅବକ୍ଷୟ ଘଟୁଥିବା ଭଏଜର ୧ ଏବଂ ୨ ସ୍ପେସ୍‌କ୍ରାଫ୍ଟର ପର୍ଯ୍ୟବେକ୍ଷଣରୁ ଜାଣିବାକୁ ମିଳିଛି ।[3]

ଆଧାର

Wikiwand in your browser!

Seamless Wikipedia browsing. On steroids.

Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.

Wikiwand extension is a five stars, simple, with minimum permission required to keep your browsing private, safe and transparent.