ସରସ୍ୱତୀ ପୂଜା
ସରସ୍ୱତୀଙ୍କ ପୂଜା / From Wikipedia, the free encyclopedia
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ସରସ୍ୱତୀ ପୂଜା | |
---|---|
ସରସ୍ୱତୀଙ୍କ ଏକ ପାରମ୍ପରିକ ମୂର୍ତ୍ତି | |
ଅନ୍ୟ ନାମ | ଶ୍ରୀପଞ୍ଚମୀ |
ପାଳନକାରୀ | ବିଦ୍ୟାର୍ଥୀ |
ବିଶେଷତା | ଜଗନ୍ନାଥ ମହାପ୍ରଭୁଙ୍କ ପଞ୍ଚପଲ୍ଲବ ଲାଗି ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ |
ପାଳନ | ୫ ଫେବୃଆରୀ (ଶନିବାର) |
ପର୍ବ ପାଳନ | ଉପବାସ, ଉଜାଗର, ପୂଜା |
ତାରିଖ | ମାଘ ଶୁକ୍ଳ ପଞ୍ଚମୀ |
୨୦୨୩ ତାରିଖ | ୨୬ ଜାନୁଆରୀ (ଗୁରୁବାର) |
୨୦୨୪ ତାରିଖ | ୧୪ ଫେବୃଆରୀ (ବୁଧବାର) |
ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ୱତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।
ପ୍ରାଚୀନ କାଳରେ ରାଜା ମହାରାଜାମାନେ ଶ୍ରୀ ପଞ୍ଚମୀକୁ 'ରତିକାମ ମହୋତ୍ସବ' ରୂପେ ପାଳନ କରୁଥିଲେ ।