![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/f/f6/Mammo_breast_cancer.jpg/640px-Mammo_breast_cancer.jpg&w=640&q=50)
ସ୍ତନ କର୍କଟ
From Wikipedia, the free encyclopedia
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ ।[1] ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ ।[2] ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।[3]
ସ୍ତନ କର୍କଟ | |
---|---|
![]() ମାମ୍ମୋଗ୍ରାମରେ ବାମ ସ୍ତନ ସଠିକ ଓ ଡାହାଣ ସ୍ତନରେ କର୍କଟ ଦେଖାଯାଉଛି । | |
ଶ୍ରେଣୀବିଭାଗ ଓ ବାହାର ସ୍ରୋତ | |
ସ୍ପେଶାଲିଟି | oncology[*] |
ଆଇସିଡ଼ି-୧୦ | C50. |
ଆଇସିଡ଼ି-୯-ସିଏମ୍ | 174-175,V10.3 |
ଓଏମ୍ଆଇଏମ୍ | 114480 |
ରୋଗ ଡାଟାବେସ | 1598 |
ମେଡ଼ିସିନ-ପ୍ଲସ | 000913 |
ଇ-ମେଡ଼ିସିନ | med/2808 med/3287 radio/115 plastic/521 |
Patient UK | ସ୍ତନ କର୍କଟ |
MeSH | D001943 |
ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ (menarche), ଡେରିରେ ବା ଆଦୌ ଛୁଆ ନ ହେବା ।[2][4] ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । [2] ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । [4] କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । [2]
ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ ।[5] ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି,[6] ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ ।[7] ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ ।[4] ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । [4] କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । [2] ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ ।[8][9] ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । [9]
ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । [9] ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ,[10] ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % ।[11][12] ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । [4] ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % ।[13] ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । [13] ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ [4] ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ । [10][14]