![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/2/20/Common_lipids_lmaps.png/640px-Common_lipids_lmaps.png&w=640&q=50)
ସ୍ନେହସାର
From Wikipedia, the free encyclopedia
ସ୍ନେହସାର (Lipid) ଏକ ଚର୍ବି କିମ୍ବା ତୈଳଜାତୀୟ ପଦାର୍ଥ ଅଟେ । ଏହା ବିବିଧଶ୍ରେଣୀୟ ଯୌଗିକ ଜୈବ ଅଣୁ । ଏହା ଜଳରେ ଅଦ୍ରବଣୀୟ । କିନ୍ତୁ ଇଥର (Ether), ଇଥାନଲ (Ethanol) ଓ ବେଞ୍ଜିନ୍ (Benzene) ଭଳି ଜୈବ ଦ୍ରାବକରେ ଏଗୁଡ଼ିକ ସହଜରେ ଦ୍ରବୀଭୂତ ହୋଇଥାନ୍ତି । ଶ୍ୱେତସାର ପରି ସ୍ନେହସାର ମଧ୍ୟ ଅଙ୍ଗାରକ, ଉଦ୍ଜାନ ଓ ଅମ୍ଳଜାନ ଅଣୁଦ୍ୱାରା ଗଠିତ । କେତେକ ସ୍ନେହସାରରେ ଯବକ୍ଷାରଜାନ, ଗନ୍ଧକ ତଥା ଫସଫରସ୍ ଅଣୁ ସଂଯୋଜିତ ହୋଇ ରହିଥାଏ । ସ୍ନେହସାର ଉଭୟ ଉଦ୍ଭିଦ ଓ ପ୍ରାଣୀ ଶରୀରରେ ଗଚ୍ଛିତ ହୋଇ ରହିଥାଏ । ଏହା କୋଷ ଆବରଣର ଗାଠନିକ ଉପାଦାନ ଅଟେ । ଏହା ବ୍ୟତୀତ ରାଶି, ଚିନାବାଦାମ ଓ ବିଭିନ୍ନ ପ୍ରକାରର ଫଳରେ ଏବଂ ପ୍ରାଣୀମାନଙ୍କର ମେଦତନ୍ତୁ, ଅସ୍ଥିମଜ୍ଜା ଓ ସ୍ନାୟୁତନ୍ତୁରେ ମଧ୍ୟ ସ୍ନେହସାର ଗଚ୍ଛିତ ହୋଇରହିଥାଏ ।[1]
![Thumb image](http://upload.wikimedia.org/wikipedia/commons/thumb/2/20/Common_lipids_lmaps.png/640px-Common_lipids_lmaps.png)